ଗାନ୍ଧୀ ଜୟନ୍ତୀ ପାଳନ କରୁଛି ସାରା ଦେଶ

ଭୁବନେଶ୍ୱର : ଆଜି ଅକ୍ଟୋବର ୨ ତାରିଖ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ । ବାପୁ ନାମରେ ଜଣାଶୁଣା ଗାନ୍ଧୀ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ।

ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରିନଥିଲେ। ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ । ଏହିଦିନ ଭାରତର ସ୍ଵାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଭଳି ଜାତୀୟ ଦିବସ ଭାବରେ ପାଳନ କରାଯାଏ ।

ଗାନ୍ଧୀ ଜୟନ୍ତୀରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକ ରେ ବିଭିନ୍ନ ପ୍ରତିଯୋଗିତା ହୋଇଥାଏ । ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ତାଙ୍କୁ ସାରା ବିଶ୍ବରେ ଗୋଟିଏ ସ୍ଵତନ୍ତ୍ର ସ୍ଥାନ ଦେଇ ପାରିଛି । ତାଙ୍କର ନିଜ ଜନ୍ମ ଭୂମି ପ୍ରତି ନିଷ୍ଠା, କାର୍ଯ୍ୟ ଓ ଉଦାର ମନୋଭାବକୁ ଦେଖି ସମସ୍ତେ ତାଙ୍କୁ ବାପୁ ନାମରେ ଡାକୁ ଥିଲେ । ଭାରତ ଯେତେବେଳେ ଇଂରେଜ ସରକାର ଅଧିନରେ ଥିଲା ସେତେବେଳେ ଗୋଟିଏ ଆଗ ଧାଡ଼ିର ଯୋଦ୍ଧା ଭଳି ଇଂରେଜ ସରକାର ବିରୋଦ୍ଧରେ ଲଢି ଥିଲେ । ଚଳିତ ବର୍ଷ ଅକ୍ଟୋବର ୨ ତାରିଖ ଦିନଟି ଭାରତରେ ୧୫୨ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ ।

Spread the love