ଘୁନସର କଲେଜରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

ସଇଁନ୍ତଲା,: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଘୁନସର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୋହନ ଚରଣ ବାଗ,ନାରାୟଣ ବୁଡ଼େକ, ସରୋଜ ରଣା, ଶତ୍ରୁଘ୍ନ ଗହୀର, ବିଷ୍ଣୁ ଭୋଇ, ଘନଶ୍ୟାମ ସାହୁ ଓ ନିରଞ୍ଜନ ରଣା ପ୍ରମୁଖ ଉପସ୍ଥିତ ଥିଲେ l

ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କଲେଜ ର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ l ହାଇସ୍କୁର ଖେଳ ଶିକ୍ଷକ ଅଭିମନ୍ୟୁ ଭୋଇ ଖେଳ ରେ ପରିଚାଳନା କରିଥିଲେ l କଲେଜର ଛାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ l

Spread the love