ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗ ସମେତ କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ହେବ ଆଲୋଚନା: ଗୋଲକ ମହାପାତ୍ର
ଭୁବନେଶ୍ୱର, ତା.୧୮/୦୫: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ହୋଟେଲ ନୁ୍ୟ ମ୍ୟାରିୟନଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ତିନି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନେ୍ଦଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ । କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।