ଆଜି ଆପଣଙ୍କ ସହରରେ ସୁନା ଦର କେତେ ?

ଦେଶରେ ସୁନା ଏବଂ ରୂପାର ନୂଆ ଦର ଲାଗୁ ହୋଇଛି । ବିଭିନ୍ନ ସହରରେ ଆଜି ସୁନା ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୬, ହଜାର ୬୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୨ ହଜାର ୭୬୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬, ୬୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୭୬୦ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬, ୬୯୦ ଟଙ୍କା ଓ ୭୨,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୮୪୦ ଟଙ୍କା ଓ ୭୨, ୯୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬, ୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୭୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬, ୬୯୦ ଟଙ୍କା ଓ ୭୨,୭୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୫,୯୦୦ ଟଙ୍କା ହୋଇଛି ।

Spread the love