ଆଜି ବଢିଛି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୯,୯୫୦ ଟଙ୍କା ଓ ୫୪,୪୯୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୯୫୦ ଟଙ୍କା ଓ ୫୪,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୧୦୦ ଟଙ୍କା ଓ ୫୪,୬୪୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୫୦,୫୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୫,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୫୦ ଟଙ୍କା ଓ ୫୪,୪୯୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ  କମିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Spread the love