ସମ୍ ଡାକ୍ତରଙ୍କୁ ଗୁରୁ ଗୌରବ ସମ୍ମାନ ପ୍ରଦାନ

ଭୁବନେଶ୍ୱର,୫।୧୦: ୨୧ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ ‘ଗୁରୁ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି। ଦୈନିକ ଓଡ଼ିଆ ସମ୍ବାଦପତ୍ର ‘ସମାଜ’ର ୧୦୨ତମ ସ୍ୱନକ୍ଷତ୍ର ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସମ୍‌ର ମେଡିସିନ୍ ବିଭାଗର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି ।

Spread the love