ଘନ କେଶ ପାଇଁ କେଶରେ ଲଗାନ୍ତୁ ଏହି ଜିନିଷ

ପ୍ରତ୍ୟେକ ଝିଅଙ୍କ ମୁଣ୍ଡରେ କେଶ ଥିଲେ ସୁନ୍ଦର ଦେଖାଯାଏ ମାତ୍ର କେତେକ ଝିଅଙ୍କ କ୍ଷେତ୍ରରେ ମୁଣ୍ଡରେ କେଶ ଅଳ୍ପ ଥିବା ଯୋଗୁଁ ଖରାପ ଦେଖାଯାଏ ଏବଂ ସେମାନେ ଚିନ୍ତାରେ ଥାଆନ୍ତି।ଏହି ସବୁ ଚିନ୍ତାରୁ ମୁକ୍ତି ପାଇଁ ଏହି ସବୁ ଜିନିଷ କେଶରେ ଲଗାନ୍ତୁ।

ମେଥି –
ରାତିରେ ମେଥିକୁ ଭିଜାଇ ସକାଳେ ଏହାକୁ ପେଷି (ଗ୍ରାଇଣ୍ଡିଙ୍ଗ ) କରି କେଶରେ ଲଗାଇ ୨ଘଣ୍ଟା ରଖନ୍ତୁ। ଏହା ପରେ ଏହାକୁ ସାସାନ୍ୟ ଉଷୁମ ପାଣିରେ ଧୋଇ ଦିଅନ୍ତୁ। ଏହା ଦ୍ୱାରା କେଶ ଖୁବ ଘନ ହୋଇଥାଏ।
ଅଁଳା ଗୁଣ୍ଡ ଓ ନଡ଼ିଆ ତେଲ –
ନଡ଼ିଆ ତେଲରେ ଅଁଳାଗୁଣ୍ଡ ମିଶାଇ ଉଷୁମ କରିଦିଅନ୍ତୁ। ଏହାକୁ ସପ୍ତାହକୁ ୨ରୁ ୩ଥର ଲଗାଇଲେ ଏହା କେଶ ପାଇଁ ଖୁବ ଉପକାରୀ।
ନଡ଼ିଆ ତେଲ ଓ ମହୁ –
୧ କପ ନଡ଼ିଆ ତେଲରେ ଏକ କପ ମହୁ ମିଶାଇ ଏହାକୁ ଭଲ ଭାବେ ଫେଣ୍ଟି ଦିଅନ୍ତୁ। ସପ୍ତାହକୁ ୨ଥର ଏହାକୁ କେଶର ମୂଳରେ ଭଲ ଭାବେ ମାଲିସ କରନ୍ତୁ।ରାତିରେ ଲଗାଇ ସକାଳେ ସାମ୍ପୋରେ ଧୋଇ ଦିଅନ୍ତୁ। ଏପରି କରିବା ଦ୍ୱାରା କେଶ ଲମ୍ବା ଓ ଘନ ହେବା ସହ ରେଶମୀ , ଆକର୍ଷିତ ମଧ୍ୟ ହୋଇଥାଏ। ଏହାକୁ ଥରେ ପ୍ରସ୍ତୁତ କରି ୨ରୁ୩ ସପ୍ତାହ ବ୍ୟବହାର କରିପାରିବେ। ଏହା କେଶ ଉପୁଡ଼ିବା ବହୁ ପରିମାଣରେ କମ କରିଥାଏ।
ଅଣ୍ଡା –
ଅଣ୍ଡାକୁ ଏକ ପାତ୍ରରେ ଭଲ ଭାବେ ଫେଣ୍ଟି କେଶରେ ଲଗାଇ ଦିଅନ୍ତୁ। ଏହାକୁ ୨ ଘଣ୍ଟା ରଖିବା ପରେ ସାମ୍ପୋରେ ଧୋଇ ଦିଅନ୍ତୁ। ଏହା କେଶ ପାଇଁ ଖୁବ ଲାଭଦାୟକ ଅଟେ।

Spread the love