ଗୁରୁ ଦିବସ: ଗୁରୁଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର ୦୫।୦୯: ଆଜି ହେଉଛି ପବିତ୍ର ଗୁରୁ ଦିବସ। ଆଜି ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ । ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ‘ଗୁରୁ ଦିବସ’ଭାବେ ସାରା ଭାରତ ବର୍ଷରେ ପାଳନ କରାଯାଉଛି. ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ଆଲୋକ ଭଳି ସଠିକ ରାସ୍ତା ଦେଖାନ୍ତି । ମା’ ବାପାଙ୍କ ପରେ ଗୁରୁ ହିଁ ଆମର ମାର୍ଗଦର୍ଶକ ସାଜନ୍ତି। ଆମକୁ ଶିକ୍ଷା ଦିଅନ୍ତି, ମାର୍ଜିତ କରନ୍ତି, ବେଳେବେଳେ ଶୃଙ୍ଖଳିତ କରିବା ପାଇଁ କଠୋର ଅନୁଶାସନରେ ମଧ୍ୟ ରଖନ୍ତି। ଏହାଦ୍ୱାରା ଶିଷ୍ୟ ଦିନେ ସଫଳତା ପାଏ ଓ ଆଗକୁ ବଢ଼େ। ଖାଲି ପାଠପଢ଼ା କ୍ଷେତ୍ରରେ ନୁହେଁ; ସଂଗୀତ, ନୃତ୍ୟ, ଚିତ୍ରକଳାଠାରୁ ଆରମ୍ଭ କରି ଖେଳକୁଦ ପରି ସମସ୍ତ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ଆମେ ଗୁରୁଟିଏ ଲୋଡ଼ିଥାଉ। ଏହି କାରଣରୁ ସମାଜ ସବୁବେଳେ ଗୁରୁଙ୍କ ନିକଟରେ ଋଣୀ। ଶିଷ୍ୟର ଚରିତ୍ର ଗଠନ ହେଉ କିମ୍ବା ତାକୁ ଭଲ ମଣିଷ ରୂପେ ଗଢ଼ି ତୋଳିବାରେ ଗୁରୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅସଲ ଗୁରୁ ଶିଷ୍ୟକୁ ପଥ ପ୍ରଦର୍ଶନ କରନ୍ତି ଏବଂ ସେହି ପଥରେ ଯାଇ ଶିଷ୍ୟ ସଫଳତା ପାଏ । ତେବେ ଆଜି ଗୁରୁଦିବସ ଅବସରେ ଗରୁଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

Spread the love