ଜଳୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର:  ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିବନି ତାତିରୁ ମୁକ୍ତି । ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ସେହିପରି ତାତି ସାଙ୍ଗକୁ କଲବଲ କରିବ କାଳବୈଶାଖୀ ବର୍ଷା । ଘଡଘଡି ବିଜୁଳି ସହ ବର୍ଷା ପବନ ପାଇଁ ୯ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି ହୋଇଛି । ଓଡ଼ିଶାକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ଫଳରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଆଜି ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ଗଜପତି ଆଦି ଜିଲ୍ଲାରେ ବର୍ଷା ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଅନ୍ୟପକ୍ଷରେ ଗତକାଲି ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।

Spread the love