୩ ଦିନ ଡହଡହ ଖରାରେ ସିଝିବ ଅଧା ଓଡ଼ିଶା

ତାତିରୁ ମିଳୁନି ନିସ୍ତାର। ଆହୁରି ୩ ଦିନ ଡହଡହ ଖରାରେ ସିଝିବ ଅଧା ଓଡ଼ିଶା। ୨୧ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିପାରେ। ପଶ୍ଚିମ ଓଡ଼ିଶାରେ ପାରଦ ୪୫ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା କରାଯାଉଛି। ଉପକୂଳ ଓଡ଼ିଶାରେ ଖରା ସହିତ ହନ୍ତସନ୍ତ କରୁଛି ଗୁଳୁଗୁଳି। ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଥିଲେ ମଧ୍ୟ ତାହାର କୌଣସି ସୁଫଳ ମିଳିବ ନାହିଁ। ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଗତକାଲି ରାଜ୍ୟର ୨୨ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ସେପଟେ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେଉଥିଲେ ମଧ୍ୟ ତାତିରୁ ନିସ୍ତାର ମିଳୁନି। ଦିନରେ ତାତି ସହିତ ଅପରାହ୍ନରେ ଘଡ଼ଘଡ଼ି ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହ ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

Spread the love