୧୪ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ଏବଂ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଗତ ସୋମବାର ଅପରାହ୍ଣ ୫.୩୦ ସୁଦ୍ଧା ଗୋପାଳପୁରରେ ୩୮.୨ମିମି, ଛତ୍ରପୁରରେ ୩୭, ଦାରିଙ୍ଗବାଡ଼ି ଓ ଢେଙ୍କାନାଳ‌େର ୩୩‌, ମାଲକାନଗିରି ୨୧.୨ ମିମି ବର୍ଷା ହୋଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ୩୪.୨ ମିମି, ଝାରସୁଗୁଡ଼ାରେ ୧୮, କୋରାପୁଟରେ ୧୮.୬ମିମି ବର୍ଷା ରେକର୍ଡ଼ କରାଯାଇଛି। ଆସନ୍ତା ୧୪ରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସେହିଦିନ ପାଇଁ ଏହି ଜିଲାଗୁଡ଼ିକୁ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶା ବହୁ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ।

Spread the love