୨୩ ରୁ ୨୪ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଆଜି-କାଲି ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଜି ସୁନ୍ଦରଗଡ, ବରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷାର ଆଶଙ୍କା ଏବଂ ୨୪ରେ ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।ଏହାଛଡା ଆଜି ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୪ରେ ଆଭ୍ୟନ୍ତରୀଣ ଓଡିଶା ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।

Spread the love