ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ପାଣିପାଗର ଆକଳନ କରିଛନ୍ତି ଆଂଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ। ସେ କହିଛନ୍ତି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ନେବ ସୁଦୃଶ୍ୟ ଲଘୁଚାପର ରୂପ। ଲଘୁଚାପ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା।ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ଆଜିଠୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି। ଆଜି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତାକାଲିଠୁ ଭୁବନେଶ୍ଵର ଓ କଟକର ପାଗ ବଦଳିବାର ଆକଳନ କରିଛନ୍ତି ସେ। ଉପକୂଳ ଓଡ଼ିଶାରେ ମେଘୁଆ ପାଗ ସହ ବିସ୍ତୃତି ବର୍ଷା ସମ୍ଭାବନା ଥିବା ନେଇ ଆଂଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ କହିଛନ୍ତି।

Spread the love