ଜୁନ୍ ୧୭ ପରେ ବିଶ୍ୱବିଦ୍ୟାଳୟ ସ୍ତରରେ ପରୀକ୍ଷା; ଛାତ୍ରା ଛାତ୍ରୀ ପାଠ ପଢାରେ ମନ ଦିଅନ୍ତୁ : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୩୦/୦୪: ଜୁନ୍ ୧୭ ପରେ ଯେକୌଣସି ସମୟରେ ବିଶ୍ୱବିଦ୍ୟାଳୟ ସ୍ତରରେ ପରୀକ୍ଷା ହେବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ୟୁଜିସି ଗାଇଡଲାଇନକୁ ତଜର୍ମା କରିବା ପରେ ନିଷ୍ପତ୍ତି ନିଆଯିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି। ଓଡ଼ିଶା ପରିପ୍ରେକ୍ଷୀରେ ଯାହା ଠିକ ହେବ, ସେହି ଅନୁସାରେ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ଏନେଇ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ସମସ୍ତ ସୂଚନା ଦିଆଯିବ ବୋଲି ସେ କହିଛନ୍ତି ।

ଜୁନ ୧୭ ପରେ ଯେକୌଣସି ସମୟରେ ହୋଇପାରେ ପରୀକ୍ଷା । ତେଣୁ ଛାତ୍ରଛାତ୍ରୀ ପାଠପଢାରେ ମନୋନିବେଶ କରନ୍ତୁ ବୋଲି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।

Spread the love