ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମଠାରେ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ୨୦୨୩ ଜାନୁଆରି ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାରେ ନିର୍ମିତ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍ ଅନୁଷ୍ଠିତ ହେବ।ରାଉରକେଲାଠାରେ ନିର୍ମାଣାଧୀନ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସମ୍ପୂର୍ଣ୍ଣ ହେବା ପରେ ଏହା ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ। ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍ ଆୟୋଜିତ ହେବାକୁ ଯାଉଛି। ଏହା ପୂର୍ବରୁ ୨୦୧୮ ମସିହାରେ ଓଡ଼ିଶାରେ ବିଶ୍ୱକପ୍ ପୁରୁଷ ହକି ଟୁର୍ଣ୍ଣାମେଣ୍ଟ ଖେଳା ଯାଇଥିଲା। ଏହି ଟୁର୍ଣ୍ଣାମେଣ୍ଟରେ ବେଲଜିୟମ ଚାମ୍ପିଅନ ହୋଇଥିଲା।ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ ଅବସରରେ ହକି ଇଣ୍ଡିଆ ସଭାପତି ଜ୍ଞାନେନ୍ଦ୍ର ନିଙ୍ଗୋମବାମ, ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ସଚିବ ଆର୍. ଭିନିଲ କ୍ରିଷ୍ଣା, ୫ଟି ସଚିବ ଭି କେ ପାଣ୍ଡିଆନ, ଓଡ଼ିଶା ହକି ପ୍ରସାର ବୋର୍ଡର ଅଧ୍ୟକ୍ଷ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ପ୍ରମୁଖ ଉପସ୍ଥିତ ଥିଲେ।

Spread the love