IAS ଓ ସଚିବ ସ୍ତରରେ ବଡ଼ ଧରଣର ଅଦଳ ବଦଳ, ବଦଳିଲେ ୧୬ ଜିଲ୍ଲାପାଳ
ଭୁବନେଶ୍ୱର : ଉପର ସ୍ତରରେ ବଡ଼ ଅଦଳ ବଦଳ ସହ ଜିଲ୍ଲାପାଳ ସ୍ତରରେ ମଧ୍ୟ ସରକାର କରିଛନ୍ତି ପରିବର୍ତ୍ତନ । ୧୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏଥର ବଦଳି କରିଛନ୍ତି ମୋହନ ମାଝୀ । ଆସନ୍ତୁ ଜାଣିବା କେଉଁ ଜିଲ୍ଲାର ଜିଲ୍ଲାପାଳଙ୍କ ବଦଳି ହୋଇଛି ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ରଘୁରାମ ଆର୍ ଆୟରଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ, ପଞ୍ଚାୟତିରାଜ ନିର୍ଦ୍ଦେଶକ ମହେଶ୍ବର ସ୍ବାଇଁଙ୍କୁ ନବରଙ୍ଗପୁର ଜିଲ୍ଲାପାଳ, କନ୍ଧମାଳ ଜିଲ୍ଲାପାଳ ଅମୃତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ପୁରୀ ଜିଲ୍ଲାପାଳ, ଢେଙ୍କାନାଳ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ମାଲକାନଗିରି ଜିଲ୍ଲାପାଳ, ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ବର ପାଟିଲଙ୍କୁ ଢେଙ୍କାନାଳ ଜିଲ୍ଲାପାଳ, ନବରଙ୍ଗପୁର ଜିଲ୍ଲାପାଳ ଶୁଭଙ୍କର ମହାପାତ୍ରଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ, କୋରାପୁଟ ଜିଲ୍ଲାପାଳ କୀର୍ତ୍ତି ଭାସନ ଭିଙ୍କୁ ଗଞ୍ଜାମ ଜିଲ୍ଲାପାଳ, ସୁନ୍ଦରଗଡ଼ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ କୋରାପୁଟ ଜିଲ୍ଲାପାଳ, ସମ୍ବଲପୁର ମହାନଗର ନିଗମ କମିସନର ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ, ରାଉରକେଲା ଏଡିଏମ୍ କୁଲକର୍ଣ୍ଣି ଆଶୁତୋଷ ସିଙ୍କୁ ରାୟଗଡ଼ା ଜିଲ୍ଲାପାଳ, ଗଞ୍ଜାମ ଜିଲ୍ଲାପରିଷଦର ନିର୍ବାହୀ ଅଧିକାରୀ ମଧୁମିତାଙ୍କୁ ଗଜପତି ଜିଲ୍ଲାପାଳ, ପଦ୍ମପୁର ଏଡିଏମ୍ ଛବନ କୁନାଲ ମୋତିରାମଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ, ମୟୂରଭଞ୍ଜ ଏଡିଏମ୍ ବିଭୂତି ଭୂଷଣ ନାୟକଙ୍କୁ ବୌଦ୍ଧ ଜିଲ୍ଲାପାଳ, ସମ୍ବଲପୁର ବିଶ୍ବବିଦ୍ୟାଳୟ କୁଳସଚିବ ନୃପରାଜ ସାହୁଙ୍କୁ ସୋନପୁର ଜିଲ୍ଲାପାଳ, ଅବକାରୀ ବିଭାଗ ସ୍ବତନ୍ତ୍ର ସଚିବ ଅମ୍ବର କୁମାର କରଙ୍କୁ ଯାଜପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।
