ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି

ନୂଆଦିଲ୍ଲୀ ୧୬।୯: ଆଗକୁ ଓଡ଼ିଶାରେ ବର୍ଷା କମିବ । ଛତିଶଗଡ଼ରେ ମଧ୍ୟ ବର୍ଷା କମିଯିବ । ତେଣୁ ଭୟଭୀତ ହେବାର ଆବଶ୍ୟକତା ନାହିଁ । IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ୧୮ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇପାରେ ବୋଲି IMD ମହାନିର୍ଦ୍ଦେଶକ କହିଛନ୍ତି । ଯାହାର ବିଶେଷ ପ୍ରଭାବ ରହିବ ନାହିଁ । ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ କିନ୍ତୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଯାହା ପ୍ରଭାବରେ ୧୮ତାରିଖ ସନ୍ଧ୍ୟାରୁ ଉତ୍ତର ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଏହା ଅବପାତର ରୂପ ନେବ ନାହିଁ । ତେଣୁ ଏହାକୁ ନେଇ ଭୟଭୀତ ହେବା ଦରକାର ନାହିଁ ବୋଲି IMD ମହାନିର୍ଦ୍ଦେଶକ କହିଛନ୍ତି ।

Spread the love