ଭାରତ ଓ ଆମେରିକା ମଧ୍ୟରେ ରଣନୈତିକଉର୍ଜା ସମ୍ପର୍କର ହେବ ପୁନଃପ୍ରତିଷ୍ଠା – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆମେରିକାର ନୂଆ ଉର୍ଜା ସଚିବ ଜେନିଫର ଗ୍ରାନହୋଲମଙ୍କ ମଧ୍ୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଏକ ପ୍ରାରମ୍ଭିକ ବୈଠକ
ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶ୍ରୀ ପ୍ରଧାନ ଆମେରିକାର ନୂଆ ଉର୍ଜା ସଚିବ ଜେନିଫର ଗ୍ରାନହୋଲମଙ୍କୁ ନୂଆ ପଦରେ ଅବସ୍ଥାପିତ ପାଇଁ ଅଭିନନ୍ଦନ ଜଣାଇବା ସହ ଭାରତ ଓ ଆମେରିକା ମଧ୍ୟରେ ରଣନୈତିକ ଉର୍ଜା ସମ୍ପର୍କ ଉପରେ ସମୀକ୍ଷା କରିଥିଲେ। ଉଭୟ ନେତୃତ୍ୱ ଭାରତ-ଆମେରିକା ମଧ୍ୟରେ ରଣନୈତିକ ଉର୍ଜା ସମ୍ପର୍କର ପୁନଃପ୍ରତିଷ୍ଠାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡ଼େନଙ୍କ ନୂଆ ପ୍ରାଥମିକତାରେ ପ୍ରତିଫଳିତ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି । ସ୍ୱଚ୍ଛ ଉର୍ଜାର ପ୍ରଚାରପ୍ରସାର କରିବା, କମ ପ୍ରଦୂଷଣଯୁକ୍ତ ମାର୍ଗ ଆପଣାଇବା ଏବଂ ସବୁଜ ଉର୍ଜା ସହଯୋଗକୁ ତ୍ୱରାନ୍ୱିତ କରିବା ଦିଗରେ କାମ କରିବା ପାଇଁ ଶ୍ରୀ ପ୍ରଧାନ ଏବଂ ଆମେରିକାର ସଚିବ ସହମତି ପ୍ରକାଶ କରିଛନ୍ତି ।
ସେହିପରି ଅନ୍ୟାନ୍ୟ ପଦକ୍ଷେପ ମଧ୍ୟରେ ସ୍ୱଚ୍ଛ ଉର୍ଜା କ୍ଷେତ୍ର ଯଥା ଜୈବଇନ୍ଧନ, କାର୍ବନ କ୍ୟାପଚର ଆଣ୍ଡ୍‌ ଷ୍ଟୋରେଜ(ସିସିୟୁଏସ), ହାଇଡ୍ରୋଜେନ ଉତ୍ପାଦନ ଏବଂ କାର୍ବନ ଅଧିଗ୍ରହଣ ଏବଂ ଆଡଭାନ୍ସ କ୍ଲିନ୍ ଏନର୍ଜି ରିସର୍ଚ୍ଚ (ପିଏସିଇ-ଆର)ରେ ମିଳିତ ସହଯୋଗକୁ ପ୍ରାଥମିକତା ଦେବାକୁ ଉଭୟ ମନ୍ତ୍ରୀ ସହମତି ହୋଇଥିଲେ। ଶୀଘ୍ର ଭାରତ-ଆମେରିକାର ଋଣନୈତିକ ଉର୍ଜା ସମ୍ପର୍କର ତୃତୀୟ ବୈଠକ ଅନୁଷ୍ଠିତ ହେବାନେଇ ମଧ୍ୟ ଉଭୟ ପକ୍ଷ ସହମତି ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଗତ ଫେବୃୟାରୀ ମାସରେ ଜେନିଫର ଗ୍ରାନହୋଲମ ଆମେରିକାର ଉର୍ଜା ସଚିବ ଭାବରେଦାୟିତ୍ୱ ଗ୍ରହଣ କରିଥିଲେ ।

Spread the love