ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ

 ସମ୍ବଲପୁରରେ ପୁଣି ବଢିଲା ଇଣ୍ଟରନେଟ୍‌ କଟକଣା। ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍‌ ସେବା। ହ୍ଵାଟ୍ସଆପ୍‌, ଟୁଇଟର୍‌, ଫେସବୁକ, ଇନଷ୍ଟାଗ୍ରାମ୍‌ ବନ୍ଦ ରହିବ ` ସମସ୍ତ ମୋବାଇଲ୍‌ ସେବା ପ୍ରଦାନକାରୀଙ୍କ ଇଣ୍ଟରନେଟ୍‌ ଓ ଡାଟା ସର୍ଭିସ ବନ୍ଦ ରହିବ । ସେହିପରି ବନ୍ଦ ରହିବ ବ୍ରଡବ୍ୟାଣ୍ଡ ଡାଏଲ ଆପ୍‌ ସିଷ୍ଟମ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଶାନ୍ତି ବଜାୟ ରଖିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି

Spread the love