ଭୁବନେଶ୍ବରରେ ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚର୍ ଅର୍ଗାନାଇଜେସନ୍ (ଇସ୍ରୋ)ର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ
ଭୁବନେଶ୍ୱର: ଇଶ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଏନ୍ଏଇ ଓଡ଼ିଶା ଶାଖାର ଅଧ୍ୟକ୍ଷ ତଥା ସୋଆ ଆନ୍ତର୍ଜାତିକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଏବଂ ଆଇଟିଇଆର ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ସ୍ୱାଗତ ଜଣାଇଥିଲେ। ବୁଧବାର ସନ୍ଧ୍ୟାରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ କ୍ୟାମ୍ପସ ୨ ପରିସରରେ ଡ. ନାରାୟଣନ ସୋଆର ଫାକଲ୍ଟି ଏବଂ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ବକ୍ତୃତା ପ୍ରଦାନ କରିବେ ।