ସାମ୍ବାଦିକ ପ୍ରବୀରଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ସହାୟତା, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମାନସ ମଙ୍ଗରାଜ

ଭୁବନେଶ୍ୱର, କରୋନା ସଂକ୍ରମଣରେ ପ୍ରାଣହାରାଇଥିବା କରିଥିବା ନ୍ୟୁଜ୍-୧୮ର ପ୍ରତିନିଧି ପ୍ରବୀର ପ୍ରଧାନଙ୍କୁ ୧୫ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏ ସମ୍ପର୍କରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ରଞ୍ଜନ ମଙ୍ଗରାଜ ମଧ୍ୟ ଟ୍ୱିଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ପ୍ରକାଶ ଯେ, କରୋନାରେ ପୀଡ଼ିତ ଥିବା ପ୍ରବୀର ପ୍ରଧାନଙ୍କ ନଭେମ୍ବର ୫ ତାରିଖରେ ମୃତ୍ୟୁ ହୋଇଥିଲା। ଆଇଆଇଏମସିରୁ ସାମ୍ବାଦିକତା ପାଠ୍ୟକ୍ରମ ଶେଷ ପରେ ସେ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟ କରିଥିଲେ । ଜଣେ କ୍ରାଇମ ରିପୋର୍ଟର ଭାବରେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। କିଛିଦିନ  ତଳେ  ତାଙ୍କର  ବାପା କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଥିଲେ। ଏହାପରେ ପ୍ରବୀର ନିଜେ ସଂକ୍ରମିତ ହୋଇ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା ।

Spread the love