ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ । ମୃତ ସାମ୍ବାଦିକ ମୋହନଗିରୀ ଅଞ୍ଚଳର ରୋହିତ ବିଶ୍ବାଳ । ତେବେ କଳାହାଣ୍ଡି ମଦନପୁର ରାମପୁର ଡମ୍ବ କର୍ଲାଖୁଣ୍ଟା ନିକଟରେ ମାଓବାଦୀ ପୋଷ୍ଟର ଲଗାଇଥିଲେ । ନିର୍ବାଚନ ବର୍ଜନ କରିବା ସହ ଅନେକ ଦାବି ପୋଷ୍ଟରରେ ଉଲ୍ଲେଖ ଥିଲା । ଖବର ସଂଗ୍ରହ ପାଇଁ ସେଠାକୁ ଯାଇଥିବା ସମୟରେ ଘଟିଛି ଅଘଟଣ ।
ସୂଚନା ଥାଉକି, ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଡମ୍ବକରଲାମଖୁଣ୍ଟାର ଦୁଲେନ ଛକରେ ଲ୍ୟାଣ୍ଡ ମାଇନ ବିଛାଇ ଥିଲେ । ଏହି ସମୟରେ ରୋହିତ ସେହି ବାଟ ଦେଇ ଯାଉଥିବା ବେଳେ ଏହା ବିସ୍ଫୋରଣ ହୋଇ ଯାଇଥିଲା । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି । ବିସ୍ଫୋରଣରେ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି ।

Spread the love