ଜୁଏଲ ଓରାମ ପୁଣି ହସ୍ପିଟାଲରେ ଭର୍ତ୍ତି, ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି। ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌ ୱାର୍ଡରେ ଭର୍ତ୍ତି କରାଯାଇଛି । ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।ନିକଟରେ ତାଙ୍କ ପତ୍ନୀ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି । କେନ୍ଦ୍ରମନ୍ତ୍ରୀ ବି ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି ହୋଇଥିଲେ ।

Spread the love