ଅର୍ଚ୍ଚନା ନାଗ ମାମଲାରେ ଅନ୍ୟତମ ଅଭିଯୁକ୍ତ ଖଗେଶ୍ବର ପାତ୍ରଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ

ଅର୍ଚ୍ଚନା ନାଗ ମାମଲାରେ ଅନ୍ୟତମ ଅଭିଯୁକ୍ତ ଖଗେଶ୍ବର ପାତ୍ରଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖଗେଶ୍ବରଙ୍କ ନିୟମିତ ଜାମିନ ଆବେଦନ ଖାରଜ କରିଛନ୍ତି। ଖଗେଶ୍ବରଙ୍କ ଜାମିନ ଆବେଦନକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତରଫରୁ ବିରୋଧ କରାଯାଇଥିଲା। ଅର୍ଚ୍ଚନା ନାଗ ମାମଲାରେ କଳାଟଙ୍କା କାରବାରରେ ଖଗେଶ୍ବରଙ୍କ ସଂପୃକ୍ତି ନେଇ ତଦନ୍ତରେ ପ୍ରମାଣ ମିଳିଛି ବୋଲି ଇଡି ତରଫରୁ ଦର୍ଶାଯାଇଥିଲା।
ଅର୍ଚ୍ଚନା, ଜଗବନ୍ଧୁ ଚାନ୍ଦ ଓ ଖଗେଶ୍ବରଙ୍କ ସହିତ ଶ୍ରଦ୍ଧାଞ୍ଜଳିଙ୍କ ବିରୋଧରେ ସ୍ବତନ୍ତ୍ର ଅଦାଲତରେ ଇଡି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନିମ୍ନ ଅଦାଲତରେ ଜାମିନ ଖାରଜ ହେବା ପରେ ଖଗେଶ୍ବର ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଇଡି ପକ୍ଷରୁ ଆଇନଜୀବୀ ଗୋପାଳ ଅଗ୍ରୱାଲ ମାମଲା ପରିଚାଳନା କରୁଥିଲେ।

Spread the love