ପରଲୋକରେ ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତି

ଝାରସୁଗୁଡ଼ା, ୩୦/୧୨: ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ଆଉ ନାହାନ୍ତି । ନିଜ କାର୍ଯ୍ୟାଳୟରେ ବସିଥିବା ବେଳେ ହୃଦଘାତ । ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ ।

୨୦୦୭ ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ଯ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ ।

Spread the love