ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଆଜି ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ତ୍ୱରାନ୍ୱିତ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଏବଂ ରାଜସ୍ୱ ଡିଭଜନର ରାଜସ୍ୱ କମିଶନର ବୃନ୍ଦ, ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ, ରାଜ୍ୟ ରିହାବିଲିଟେସନ ଓ ରିସେଟଲମେଣ୍ଟ ନିର୍ଦ୍ଦେଶକ, ବିଭିନ୍ନ ଜିଲ୍ଲାର ଜମି ଅଧିଗ୍ରହଣ ଅଧିକାରୀ ଓ  ଜଳସେଚନ ବିଭାଗର ପ୍ରମୁଖ ଅଧିକାରୀମାନଙ୍କ  ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଅଛି।

ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଭିନ୍ନ ଜମି ଅଧିଗ୍ରହଣ ପ୍ରକଳ୍ପ ପାଇଁ ଜମି ତ୍ୱରିତ ଜମି ଅଧିଗ୍ରହଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ବୈଠକରେ ସୁବର୍ଣ୍ଣରେଖା, ଆନନ୍ଦପୁର ବ୍ୟାରେଜ, କାନପୁର, ଦେଓ, ରେଙ୍ଗାଲୀ ବାମ ଓ ଦକ୍ଷିଣ, ଲୋୟର ସୁକତେଲ, ଛେଳିଗଡ଼, ତେଲେଙ୍ଗିରି, ରେତ୍ ଓ ହାଡୁଆ ପ୍ରକଳ୍ପର ସମୀକ୍ଷା ହୋଇଥିଲା । ଗତ ସମୀକ୍ଷା ବୈଠକ ପରେ ତେଲେଙ୍ଗିରି ଜଳସେଚନ ପ୍ରକଳ୍ପରେ ୧୧ ଗ୍ରାମରେ, କାନପୁର ଜଳସେଚନ ପ୍ରକଳ୍ପରେ  ଗ୍ରାମରେ ୭ ଗ୍ରାମରେ, ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପରେ ୮ଗ୍ରାମରେ, ଦେଓ ଜଳସେଚନ ପ୍ରକଳ୍ପରେ ୨ ଗାଁରେ, ରେଙ୍ଗାଲୀ ବାମ ଓ ଦକ୍ଷିଣ ଜଳସେଚନ ପ୍ରକଳ୍ପରେ ୧୯ଗାଁରେ, ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ ୯ଗାଁରେ ଜମି ଅଧିଗ୍ରହଣ ପ୍ରକ୍ରିୟା ସମ୍ପୂର୍ଣ ହୋଇ ଜଳସେଚନ ବିଭାଗକୁ ଜମି ହସ୍ତାନ୍ତର କରାଯାଇଛି।

ଜମି ଅଧିଗ୍ରହଣ ବିଳମ୍ବିତ ହେବାରୁ ପ୍ରକଳ୍ପ ସମ୍ପୂର୍ଣ ହେବାପାଇଁ ରାଜ୍ୟ ସରକାରଙ୍କର  ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ପଡିଥାଏ, ସେଥିପାଇଁ ବିଭିନ୍ନ ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପର ବିଭିନ୍ନ ମାଇଲଖୁଣ୍ଟ ସମ୍ପୂର୍ଣ କରିବାକୁ ତାଗିଦ କରାଯାଇଥିଲା। ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ଆବଶ୍ୟକ ସମୟରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇଦେବାକୁ ଜଳସେଚନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।ଜମି ଅଧିଗ୍ରହଣ ସମ୍ବନ୍ଧୀୟ ଆବଶ୍ୟକୀୟ ଦସ୍ତାବିଜ଼କୁ ଭୂମି ଅଧିଗ୍ରହଣ ପୋର୍ଟାଲ ମାଧ୍ୟମରେ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

Spread the love