ଜଙ୍ଗଲ ଜମିକୁ ନେଇ ଗୋଷ୍ଠୀ ସଂଘର୍ଷ; ୧୦ ଆହତ

ଜଙ୍ଗଲ ଜମିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୦ ଜଣ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଏମପିଭି -୮୧ଗାଁରେ।  ଆହତ ୧୦ଜଣଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଏମଭି-୭୯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଆଜି ସକାଳେ ଜଙ୍ଗଲ ଜମିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପ୍ରାୟ ୬ ଏକର ଜମିରେ ଗୋଟିଏ ଗୋଷ୍ଠୀ ଚାଷ କରିଥିବା ବେଳେ ଆଉ ଗୋଟିଏ ଗୋଷ୍ଠୀ ସେହି ଜମି ଉପରେ ଧାନ ବୁଣୁଥିଲେ। ଏହାକୁ ନେଇ ଉଭୟ ପକ୍ଷ ମଧ୍ୟରେ ପାଟିତୁଣ୍ଡ ହୋଇଥିବା ବେଳେ ପରେ ତାହା ସଂଘର୍ଷର ରୂପ ନେଇଥିଲା।  ଏଥିରେ ଉଭୟ ପକ୍ଷର ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ମୋଟୁ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଦୁଇ ଗୋଷ୍ଠୀର ଲୋକଙ୍କୁ ଅଟକ ରଖିଛି। ଗୋଟିଏ ଗୋଷ୍ଠୀ ଏମପିଭି-୮୧ ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ଗୋଷ୍ଠୀ କୋଇକୁଣ୍ଡା ଅଞ୍ଚଳର ବୋଲି ଜଣାପଡ଼ିଛି।

Spread the love