ମନମୋହନ ସାମଲ ନୂଆ ରାଜ୍ୟ ବିଜେପି ସଭାପତି

ମନମୋହନ ସାମଲ ହେଲେ ରାଜ୍ୟ ବିଜେପି ସଭାପତି । ମନମୋହନଙ୍କୁ ନିଯୁକ୍ତି ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ଦାୟିତ୍ୱ ଦିଆଯାଇଛି । ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଥିଲେ ।  ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ସରକାର ସମୟରେ ମନ୍ତ୍ରୀ ଥିଲେ ମନମୋହନ। 

ରାଜନୈତିକ କ୍ୟାରିଅର...

  • ଛାତ୍ର ଜୀବନରୁ ରାଜନୀତିରେ ଯୋଗ ଦେଇଥିଲେ ମନମୋହନ ସାମଲ ।  
  • ସେ ଭଦ୍ରକ କଲେଜରେ ପାଠ ପଢ଼ୁଥିବାବେଳେ ୧୯୭୯ ମସିହାରେ ଭଦ୍ରକ କଲେଜର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।
  • ଏଥିସହ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ବିଭିନ୍ନ କାର୍ଯ୍ୟକ୍ରମରେ ତାଙ୍କର ଯୋଗଦାନ ଥିଲା । 
  • ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ଏବଂ ସେ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।
  • ମନମୋହନ ୨୦୦୪ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।
  • ଏହି ବିଧାନସଭାରେ ସେ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।
  • ଏହାପରେ ୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ ।
  • ମାତ୍ର ଏହି ବିଧାନ ସଭାରେ ସେ ସମୁଦାୟ ୨୧,୧୬୦ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରଫୁଲ୍ଲ ସାମଲ ସମୁଦାୟ ୬୦,୨୫୦ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
  • ୨୦୧୪ ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଚାନ୍ଦବାଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।
  • ଏହି ନିର୍ବାଚନରେ ସେ ସମୁଦାୟ ୩୮,୯୫୨ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ବ୍ୟୋମକେଶ ରାୟ ସମୁଦାୟ ୬୮,୫୫୭ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
Spread the love