‘ସୋଆ ଉଭୟ ଶିକ୍ଷା ତଥା ଗବେଷଣା କ୍ଷେତ୍ରରେ ନିରନ୍ତର ଉତ୍କର୍ଷ ପ୍ରତିପାଦନ କରିବା ଦିଗରେ ଅଗ୍ରସର ହୋଇ ଚାଲିଛି’

କୌଣସି ସ୍ୱପ୍ନ କେବେ ଯାଦୁବିଦ୍ୟା ଦ୍ୱାରା ସଂପାଦିତ ହୁଏନାହିଁ । ଏଥିପାଇଁ ସ୍ୱେଦ ଲୁହ ଢାଳି ନିଷ୍ଠାର ସହ କଠିନ ପରିଶ୍ରମ କରିବାକୁ ପଡେ। ଏହି ବକ୍ତବ୍ୟ ଆମେରିକାର ପ୍ରାକ୍ତନ ସେକ୍ରେଟାରୀ ଅଫ ଷ୍ଟେଟ, କଲିନ ପାୱେଲଙ୍କର ।

ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ବିଶ୍ୱବିଦ୍ୟାଳୟର ୨୫ ବର୍ଷର ଯାତ୍ରାରେ ଆମର ଅଭିଜ୍ଞତା ସହିତ ପାୱେଲଙ୍କ ଉକ୍ତିର ମେଳ ରହିଛି । ବିଗତବର୍ଷ ଗୁଡିକରେ ସୋଆ ଅନେକ ସମସ୍ୟା ଓ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ମଧ୍ୟ ଉଭୟ ଶିକ୍ଷା ପ୍ରଦାନ ତଥା ଗବେଷଣା କ୍ଷେତ୍ରରେ ନିରନ୍ତର ଉତ୍କର୍ଷ ପ୍ରତିପାଦନ କରିବା ଦିଗରେ ଅଗ୍ରସର ହୋଇ ଚାଲିଛି। ନିକଟରେ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁସନାଲ୍ ର‌୍ୟାଙ୍କି ଫ୍ରେମ୍‌ୱର୍କ ବା ଏନଆଇଆରଏଫ୍ ର ବିଶ୍ୱବିଦ୍ୟାଳୟ ଉତ୍କର୍ଷ ତାଲିକାରେ ସୋଆ ୧୬ ତମ ସ୍ଥାନରେ ସ୍ଥାନୀତ ହେବା ବିଶ୍ୱବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଗବେଷକ ଓ କର୍ମଚାରୀ ମାନଙ୍କର ନିଷ୍ଠା ଓ କଠିନ ପରିଶ୍ରମର ଫଳ । ଏଥିସହିତ ୟୁନିଭର୍ସିଟି ଗ୍ରାଣ୍ଡସ କମିଶନ ଦ୍ୱାରା ସୋଆକୁ କ୍ୟାଟେଗୋରୀ ୧ ଡିମ୍‌ଡ ବିଶ୍ୱବିଦ୍ୟାଳୟ ଭାବେ ମାନ୍ୟତା ମିଳିଥିବାରୁ ଏହା ବିଶ୍ୱବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମକୁ ବିକଶିତ କରିବା ନିମନ୍ତେ ସହାୟକ ହେବ ।
ସୋଆର ସ୍ଥାପନା ଦିବସ ଅବସରରେ ମୁଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛି ଓ ଯେଉଁମାନଙ୍କ ନିରବିଚ୍ଛନ୍ନ ପରିଶ୍ରମ ଓ ଅବଦାନ ବିଶ୍ୱବିଦ୍ୟାଳୟକୁ ଏହି ଉପଲବ୍ଧି ଆଣି ଦେଇଛି ସେମାନଙ୍କୁ ଅନ୍ତର ର କୃତଜ୍ଞତା ଜଣାଏ । ଆମର ଯାତ୍ରା କେବଳ ଆରମ୍ଭ ହୋଇଛି ଓ ଆଗକୁ ଅନେକ ପଥ ବାକି ରହିଛି । ମୋର ବିଶ୍ୱାସ ସୋଆର ସମସ୍ତ ଶୁଭାକାଂକ୍ଷୀମାନଙ୍କ ସହଯୋଗରେ ବିଶ୍ୱବିଦ୍ୟାଳୟ ତାର ଲକ୍ଷ୍ୟ ସ୍ଥଳରେ ପହଂଚି ପାରିବ। ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକ ପ୍ରତିଷ୍ଠାତା ସଭାପତି, ସୋଆ

Spread the love