ଲୋକସେବା ଭବନରେ ପୁଷ୍ଟିଶସ୍ୟଭିତ୍ତିକ ଖାଦ୍ୟକୁ ମିଳିବ ବ୍ୟାପକ ପ୍ରୋତ୍ସାହନ

ଆସନ୍ତା ଅକ୍ଷୟ ତୃତୀୟାର ଶୁଭ ଅବସରରେ ଲୋକସେବା ଭବନ ପରିସରରେ ଖୋଲିବାକୁ ଯାଉଛି ‘ମିଲେଟ୍ ଶକ୍ତି କାଫେ’। ଭବନକୁ ଆସୁଥିବା କର୍ମଚାରୀ ଏବଂ ପରିଦର୍ଶକଙ୍କ ମଧ୍ୟରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ହେବ । ଏହି କାର୍ଯ୍ୟକ୍ରମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦଘାଟନ କରିବା ନେଇ ଯୋଜନା ରହିଛି । ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟକୁ ଅଧିକରୁ ଅଧିକ ବ୍ୟାପକ କରିବା ପାଇଁ ଓଡ଼ିଶା ମିଲେଟ୍ସ ମିଶନ ତରଫରୁ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ, କେନ୍ଦୁଝର, ପୁରୀ ଗୋଲ୍ଡେନ ବିଚ୍ ଏବଂ କଟକ ବାରବାଟୀ ପ୍ୟାଲେସଠାରେ ମିଲେଟ୍ ଶକ୍ତି କାଫେ ଖୋଲାଯାଇଛି ।
ଏହାର ଚାହିଦାକୁ ଦୃଷ୍ଟିରେ ରଖି ଏବେ ଭୁବନେଶ୍ୱରର ଲୋକସେବା ଭବନ ପରିସରରେ ଆଉ ଏକ ମିଲେଟ୍ ଶକ୍ତି କାଫେ ସ୍ଥାନ ପାଇବ । ଯେଉଁଠାରେ ପୁଷ୍ଟିଶସ୍ୟ ଭିତ୍ତିକ ଖାଦ୍ୟ ଉପଲବ୍ଧ ହେବ । ପୁଷ୍ଟିଶସ୍ୟର ବ୍ୟାପକ ପ୍ରଚାର ଏବଂ ଜନସଚେତନତା ଦିଗରେ ବିଶେଷ ଗୁରୁତ୍ବ ଦିଆଯିବା ସହ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ମଧ୍ୟ ଏଥିରୁ ବେଶ୍ ଉପକୃତ ହୋଇପାରିବେ ।

Spread the love