କଟକରେ ୧୨ ଏକର ଜମିରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ: ମୁଖ୍ୟମନ୍ତ୍ରୀ
ବାଦାମବାଡି ବସ୍ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ ଫଟୋ ଚିତ୍ର ରଖାଯିବ।