ମୋଦୀ, ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଏବଂକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ :ଟଙ୍କଧର ତ୍ରିପାଠୀ

ଭୁବନେଶ୍ୱର /ସମ୍ବଲପୁର,ତା.୦୨/୦୧: ଓଡ଼ିଶାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମୁମ୍ବାଇ ଓ ବାଙ୍ଗାଲୋରକୁ ବିମାନ ସେବା ଚଳାଚଳ ଆରମ୍ଭ କରିବାର ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ରାଜ୍ୟ ବିଜେପି ସମ୍ପାଦକ ଟଙ୍କଧର ତ୍ରିପାଠୀ ।ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନଭେମ୍ବର ୬, ୨୦୧୯ରେ ପଶ୍ଚିମ ଓଡିଶା ଲୋକଙ୍କର ସୁବିଧାକୁ ଧ୍ୟାନରେ ରଖି ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ପତ୍ର ମାଧ୍ୟମରେ ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ଉଡାନ ଯୋଜନା ସାଧାରଣ ଲୋକଙ୍କ ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିଥିବା ବେଳେ ଏହି ସୁବିଧା ଦ୍ୱାରା ପଶ୍ଚିମ ଓଡ଼ିଶାବାସୀ ଅଧିକ ଲାଭବାନ ହେବେ । ପଶ୍ଚିମ ଓଡ଼ିଶାର ଲୋକଙ୍କ ସହ ମୁମ୍ବାଇ ଓ ବାଙ୍ଗାଲୋର ମଧ୍ୟରେ ବାଣିଜ୍ୟିକ ସମ୍ପର୍କ ବଢ଼ିବା ସହ ଅର୍ଥନୀତିରେ ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି ।

Spread the love