ହାଇକୋର୍ଟରେ ମୋକିମଙ୍କ ଆବେଦନ ଗୃହିତ, ଜାମିନ ମଞ୍ଜୁର

ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ୱାରା ଦଣ୍ଡାଦେଶ ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକମଙ୍କ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ । ମାମଲାର ଶୁଣାଣି କରି ମୋକିମଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାରଙ୍କ ବଦଳରେ ଜାମିନ ପାଇଁ ସର୍ତ୍ତ ରଖିଥିଲେ କୋର୍ଟ । ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଜବାବ ଦାଖଲ କରିବା ପାଇଁ ପ୍ରତିପକ୍ଷ ସମୟ ମାଗିଛନ୍ତି । ଆସନ୍ତା ୧୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ବା ଓଆରଏଚଡିସି ଋଣ ମାମଲାରେ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ୍‌ ।

Spread the love