ସୁସ୍ଥ ହେଲେ ୧୧୯ କରୋନ ଆକ୍ରାନ୍ତ; କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ରାଜ୍ୟରେ ଆଉ ୧୧୯ ଜଣ ‘କରୋନା’ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ଭିତରେ ଯାଜପୁରରୁ ୬୦, କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ; ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୧୨୪୫ ଜଣ ‘କରୋନା’ରୁ ସୁସ୍ଥ ହୋଇସାରିଲେଣି।

 

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।ଆଜି ସୁଦ୍ଧା ରାଜ୍ୟରେ ୨୧୦୪ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୮୫୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

Spread the love