ଆଜି ପୁଣି ୯୬ କରୋନା ପଜିଟିଭ ଚିହ୍ନଟ, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ରାଜ୍ୟରେ ଆଜି ପୁଣି ୯୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।

ଆଜି ୧୮ଟି ଜିଲ୍ଲାର ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳ ଭଦ୍ରକ,ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ, ଯାଜପୁର, କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୫ ଓ ନୂଆପଡ଼ା ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ବାଲେଶ୍ୱର ଓ ଦେବଗଡ଼ରୁ ୪ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଢେଙ୍କାନଳରୁ ୨ଜଣ, ନୟାଗଡ଼, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୩୩ରେ ପହଞ୍ଚିଛି। ତେବେ ୯୭୭ଜଣ ସୁସ୍ଥ ହୋଇ ଘରକୁ ପେରିଛନ୍ତି। ଅପରପକ୍ଷରେ ୭ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି ।

Spread the love