ଏପ୍ରିଲ୍‌ ୨ରୁ ସକାଳୁ ସ୍କୁଲ ଯିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୩୦/୦୩: ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ନେଇ ବିଭାଗ କହିଛି ।   

Spread the love