ନବୀନଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ଗୁରୁତର ବିଭ୍ରାଟକୁ ନେଇ ଜାତୀୟ ରାଜନୀତି ଏବେ ଉଠୁଛି ପଡୁଛି । ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟିକୁ ନେଇ ସେ ଉଦବେଗ ପ୍ରକାଶ କରିଛନ୍ତି ।

ଟ୍ୱିଟ କରି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କହିଛନ୍ତି ଯେ ଭାରତର ପ୍ରଧାନମନ୍ତ୍ରୀ ଏକ ଅନୁଷ୍ଠାନ ।

ଏହି ଅନୁଷ୍ଠାନର ଗାରିମା ରକ୍ଷା କରିବା ଓ ତାହାକୁ ସମ୍ପୂର୍ଣ୍ଣ ଭାବେ ସୁରକ୍ଷା ଦେବା ପ୍ରତ୍ୟେକ ସରକାରଙ୍କ କର୍ତ୍ତବ୍ୟ । ତେଣୁ ଗଣତନ୍ତ୍ରର ଏପରି ଘଟଣା ଆଦୌ ଗ୍ରହଣୀୟ ନୁହେଁ । ନବୀନଙ୍କ ଟ୍ୱିଟ ଉପରେ ମତ ରଖିଛନ୍ତି  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷା ଦେଇ ଚିନ୍ତା ପ୍ରକଟ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ।

ଟ୍ୱିଟ କରି  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି ଯେ ଭାରତର ଗଣତନ୍ତ୍ର ଏହିପରି ହିଁ କାର୍ଯ୍ୟ କରିବା ଉଚିତ । ଆମ୍ଭମାନଙ୍କ ଭିତରେ ଆଦର୍ଶ ଓ ବିଶ୍ୱାସ ଭିନ୍ନ ଭିନ୍ନ ହୋଇଥାଇପାରେ । କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥାରେ ବିଭ୍ରାଟକୁ କୌଣସି ମତେ ଯଥାର୍ଥ ବୋଲି କୁହାଯାଇପାରିବ ନାହିଁ ।

Spread the love