ସୋଆରେ ଜାତୀୟ ପୋଷଣ ଦିବସ ପାଳନ

ଭୁବନେଶ୍ୱର,୩/୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ମଧ୍ୟ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଖାଦ୍ୟ ଓ ପୋଷଣ ବିଭାଗ ପକ୍ଷରୁ ଜାତୀୟ ପୋଷଣ ମାସ ପାଳନ କରାଯାଇଛି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଖାଦ୍ୟ ଓ ପୋଷଣ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ମେଡିକାଲ୍ ସୁପରିଟେଣ୍ଡେଂଟ ଡଃ ପୁଷ୍ପରାଜ ସାମନ୍ତସିଂହାର, ସୋଆ ପରିଚାଳିତ ଫ୍ୟାକଲ୍ଟି ଅଫ୍ ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟର ଆଡ୍‌ଭାଇଜର ଓ ଡିନ୍ ପ୍ରଫେସର ଶିତିକଣ୍ଠ ମିଶ୍ର, ସମ୍‌ର ଶିଶୁରୋଗ ବିଭାଗର ମୁଖ୍ୟ ପ୍ରଫେସର ମମତା ଦେବୀ ମହାନ୍ତି, ଖାଦ୍ୟ ଓ ପୋଷଣ ବିଭାଗର ମୁଖ୍ୟ ଶ୍ରୀମତି ପୁଷ୍ପାଞ୍ଜଳି ମିଶ୍ର, ନର୍ସିଂ ସୁପରିଟେଣ୍ଡେଂଟ୍ ଶ୍ରୀମତି ମିନତୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ବର୍ତମାନ ସାରା ବିଶ୍ୱରେ ପ୍ରତ୍ୟେକ ବ୍ୟକ୍ତି କର୍ମ ବ୍ୟସ୍ତତା ଯୋଗୁଁ ଚାପରେ ଜୀବନ କଟାଉଛନ୍ତି । ଏହା ମଧ୍ୟରେ ନିଜ ଶରୀରର ଯତ୍ନ ଓ ସନ୍ତୁଳିତ, ସୁଷମ ଆହାର ଓ ପାନୀୟର ଆବଶ୍ୟକତା ଅତ୍ୟନ୍ତ ଜରୁରୀ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ । ଏହାର ଉପାଦେୟତା ଓ ଆବଶ୍ୟକତା ଉପରେ ବକ୍ତାମାନେ ଆଲୋକପାତ କରି ସେମାନଙ୍କର ବକ୍ତବ୍ୟ ପ୍ରଦାନ କରିଥିଲେ । ବିଭାଗ ଦ୍ୱାରା ଆୟୋଜିତ ବିଭିନ୍ନ ସୁଷମ ଖାଦ୍ୟର ନମୂନା ପ୍ରଦର୍ଶନୀ ଆୟୋଜିତ କରାଯାଇଥିଲା । ଚଳିତ ବର୍ଷ ସେପ୍ଟେମ୍ବର ମାସର କାର୍ଯ୍ୟକ୍ରମକୁ ଚାରି ଭାଗରେ ବିଭକ୍ତ କରାଯାଇଛି। ପ୍ରଥମ ସପ୍ତାହରେ ବୃକ୍ଷରୋପଣ, ୨ୟ ସପ୍ତାହରେ ଯୋଗ ଓ ବ୍ୟାୟାମ, ୩ୟ ସପ୍ତାହରେ ଶିଶୁମାନଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା କିଟ୍ ବଂଟନ ଏବଂ ୪ର୍ଥ ସପ୍ତାହରେ ଶିଶୁ ପୁଷ୍ଟିହୀନତା ରୋଗ ନିରୂପଣ ସଚେତନତା କାର୍ଯ୍ୟକ୍ରମ ରଖାଯାଇଛି । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ଓ ପୋଷଣ ବିଭାଗର ସୂର୍ଯ୍ୟାଶିଖା ମହାନ୍ତି, ସୁଗନ୍ଧା ମହାପାତ୍ର, ସୁଶ୍ରୀତନୟା ବରାଳ, ଚନ୍ଦ୍ରିମା ସେନାପତି, ରୋଜାଲିନ୍ ତ୍ରିପାଠୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସେହିପରି ଓ.ଏସ୍‌.ଡି ଡ ପ୍ରହଲ୍ଲାଦ ମହାନ୍ତି ଓ ରୋଗୀସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଡ ଲିଙ୍ଗରାଜ ରଥ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love