ପ୍ରଦର୍ଶନୀ ପଡ଼ିଆରେ ନବୀନଙ୍କ ଭାଇ-ଭଉଣୀ

ନବୀନଙ୍କ ପଞ୍ଚମ ପାଳିର ଶପଥ ସମାରୋହରେ ଭଉଣୀ ଗୀତା ମେହେଟ୍ଟା ଏବଂ ଭାଇ ପ୍ରେମ୍ ପଟ୍ଟନାୟକ  ସାମିଲ ହୋଇଥିବା ଦେଖିବାକୁ ମିଳିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଭବ୍ୟ ସମାରୋହରେ ନବୀନ ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଥିସହ ନୂଆ ମନ୍ତ୍ରୀ ମଣ୍ଡଳ ବି ଶପଥ  ନେଉଛନ୍ତି । ନବୀନଙ୍କ ପଞ୍ଚମ ପାଳିର ଶପଥ ସମାରୋହରେ ଯୋଗଦେଇଛନ୍ତି ତାଙ୍କ ପରିବାର । ନବୀନଙ୍କ ନୂଆ ଟିମରେ ୧୧ଜଣଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଥିବାବେଳେ ୯ ଜଣଙ୍କୁ ମିଳିଛି ରାଷ୍ଟ୍ରମନ୍ତ୍ରୀର ପାହ୍ୟା ।

ବିଧାନସଭା ନିର୍ବାଚନରେ ବିଜେଡିର ବଡ ବିଜୟ ପରେ ଲଗାତର ପଂଚମ ଥର ଲାଗି ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ ।

Spread the love