ବସରେ ନିଆଁ ଲାଗିବା ଘଟଣା, ମୃତକଙ୍କ ପରିବାରକୁ ୨ଲକ୍ଷ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିର୍ବନ୍ଧ ପାଇଁ ଯାଉଥିବା ବେଳେ ଏକ ବସ୍‌ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି। ଆଜି ଏମିତି ମର୍ମନ୍ତୁଦ ଘଟଣା ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ମେଲପତୁରୁ ନିକଟରେ ଘଟିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଆହତଙ୍କୁ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

Spread the love