୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୮।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୯୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ, ଷ୍ଟେଟ ପୁଲ୍‌ରୁ ୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୬୯୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୫୭୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୩୩୪୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love