ମହାପ୍ରଭୁଙ୍କ ଦର୍ଶନ କଲେ ନୀତିନ ଗଡକରୀ

ପୁରୀ: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରି । ଆଜି ଅପରାହ୍ନ ୧ଟା ୪୫ ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କେନ୍ଦ୍ରମନ୍ତ୍ରୀ ତାଳବଣିଆ ହେଲିପ୍ୟାଡ ଠାରେ ପହଞ୍ଚିବା ପରେ ତାଙ୍କୁ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ । ପରେ କେନ୍ଦ୍ରମନ୍ତ୍ରୀ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ଦର୍ଶନରେ ଆସିଥିଲେ । ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ବିଜେପି ନେତା, କର୍ମୀ ଓ ବରିଷ୍ଠ ସେବାୟତ ମାନେ ତାଙ୍କୁ ସ୍ୱାଗତ କରିଥଲେ । ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଓ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ । ପ୍ରଥମେ ପତିତପାବନଙ୍କୁ ମୁଣ୍ଡିଆ ମାରି ଶ୍ରୀମନ୍ଦିରକୁ ପ୍ରବେଶ କରିଥଲେ କେନ୍ଦ୍ରମନ୍ତ୍ରୀ । ପରେ ରତ୍ନ ସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରି ପାର୍ଶ୍ଵ ଦେବତାଙ୍କୁ ଦର୍ଶନ କରିଥଲେ ।  ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି କହିଥିଲେ ସାରା ବିଶ୍ଵର କଲ୍ୟାଣ ପାଇଁ ସେ ପ୍ରାର୍ଥନା କରିଥଲେ । ମହାପ୍ରଭୁଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଲା। ନିଜକୁ ଭାଗ୍ୟବାନ ମନେ କରୁଛି।

Spread the love