ଓଡ଼ିଶାର ୩ ଜିଲ୍ଲା ରେଡ୍ ଓ ୨୧ ଜିଲ୍ଲା ଗ୍ରିନ୍ ଜୋନ୍

ନୂଆଦିଲ୍ଲୀ,୧/୦୫: ମେ ୩ ତାରିଖରେ ପରିବର୍ଦ୍ଧିତ ଲକ୍‌ଡାଉନ୍ ଅବଧି ଶେଷ ହେବାକୁ ଯାଉଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କଣ୍ଟେନ୍‌ମେଣ୍ଟ୍ ଜୋନ୍‌ର ତାଲିକା ଚୂଡ଼ାନ୍ତ କରିଛି।

 କରୋନା ଭାଇରସ୍ ସ୍ଥିତିକୁ ଆଧାର କରି ଏଥିରେ ରାଜ୍ୟ ଓ ଜିଲ୍ଲାମାନଙ୍କୁ ବିଭିନ୍ନ ରେଡ୍, ଅରେଞ୍ଜ୍ ଓ ଗ୍ରିନ୍ ଜୋନ୍ ଭାବେ ବର୍ଗିକରଣ କରାଯାଇଛି।

ସେଥିରୁ ଓଡ଼ିଶାର ୩ଟି ଜିଲ୍ଲା ଭଦ୍ରକ, ବାଲେଶ୍ବର ଓ ଯାଜପୁରକୁ ରେଡ୍ ଜୋନ୍ ତାଲିକାଭୁକ୍ତ କରାଯାଇଛି। ‌ଅରେଞ୍ଜ୍ ଜୋନ୍‌ରେ ରହିଛି ଖୋର୍ଦ୍ଧା ସମେତ ୬ଟି ଜିଲ୍ଲା। ଓଡ଼ିଶାର ଅବଶିଷ୍ଟ ୨୧ ଜିଲ୍ଲା ରହିଛି ଗ୍ରିନ୍ ଜୋନ୍ ତାଲିକାରେ।

ବିଭିନ୍ନ ରାଜ୍ୟର ସରକାର ଓ ମୁଖ୍ୟ ସଚିବମାନଙ୍କ ସହ ପରାମର୍ଶ କରି ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଓ କୋଲକାତା ସମେତ ସମସ୍ତ ମେଟ୍ରୋ ସିଟିକୁ ରେଡ୍ ଜୋନ୍ ତାଲିକାଭୁକ୍ତ କରିଛନ୍ତି। ହାଇଦ୍ରାବାଦ, ବେଙ୍ଗାଲୁରୁ ଏବଂ ଅହମଦାବାଦ ସହରଗୁଡ଼ିକ ମଧ୍ୟ ରେଡ୍ ଜୋନ୍‌ରେ ରହିଛି।

ନୂତନ ବର୍ଗିକରଣ ଅନୁସାରେ, ୨୮ ଦିନ ପରିବର୍ତ୍ତେ ୨୧ ଦିନ ମଧ୍ୟରେ ନୂଆ ସଂକ୍ରମଣ ନ ଥିବା ଜିଲ୍ଲାଗୁଡ଼ିକୁ ଗ୍ରିନ୍ ଜୋନ୍ ଭାବେ ବିଚାର କରାଯାଇଛି।

ସଦ୍ୟ ତାଲିକା ଅନୁସାରେ, ଦେଶର ୧୩୦ଟି ଜିଲ୍ଲାକୁ ରେଡ୍ ଜୋନ୍‌ ଭାବେ ଘୋଷଣା କରାଯାଇଥିବା ବେଳେ ୨୮୪ଟି ଜିଲ୍ଲାକୁ ଅରେଞ୍ଜ୍ ଓ ୩୧୯ ଜିଲ୍ଲାକୁ ଗ୍ରିନ୍ ଜୋନ୍ ତାଲିକାଭୁକ୍ତ କରାଯାଇଛି।

Spread the love