ପ୍ରତିକ୍ଷାର ଅନ୍ତ: ବଣ୍ଟାଗଲା ବିଭାଗ; ଗୃହ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:   ମନ୍ତ୍ରୀପଦ ଘୋଷଣା ପରେ କେବେ କାହାକୁ ଦାୟିତ୍ୱ ବଣ୍ଟା ହେବେ ସେ ନେଇ ଓଡିଶା ବାସୀ ଅନାଇ ବସିଥିଲେ। ଆଜି ସେହି ପ୍ରତିକ୍ଷାର ଅନ୍ତ ଘଟିଛି। ନୂତନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି  । ମୁଖ୍ୟମନ୍ତ୍ରୀ  ମୋହନ ମାଝୀ   ଗୃହ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଛନ୍ତି ।  ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୃଷି ଏବଂ କୃଷକ କଲ୍ୟାଣ ଏବଂ ଶକ୍ତି ବିଭାଗ ଦିଆଯାଇଛି  ।  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ  ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ ଦିଆଯାଇଛି  । ନିମ୍ନରେ ମନ୍ତ୍ରୀ ଏବଂ ସେମାନେ ପାଇଥିବା ବିଭାଗ ପ୍ରଦାନ କରାଗଲା ।

ମୋହନ ଚରଣ ମାଝୀ – ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)

ଉପମୁଖ୍ୟମନ୍ତ୍ରୀ
୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି
୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ନିର୍ମାଣ ବିଭାଗ ଓ ଅବକାରୀ ବ ବିଭାଗ
୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Spread the love