ଓଡିଶା ବଜେଟ୍: ଦେଶ ତୂଳନାରେ ଓଡିଶାର ଅଭିବୃଦ୍ଧି ହାର ଅଧିକ ରହିବ- ଅର୍ଥ ମନ୍ତ୍ରୀ

ଭୁବନେଶ୍ଵର ୩୦।୦୩: ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ବିଧାନସଭାରେ କାମଚଳା ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ୍ ଉପସ୍ଥାପନ କରି ଅର୍ଥ ମନ୍ତ୍ରୀ କହିଛନ୍ତି ଯେ, ରୁଷିଆ-ୟୁକ୍ରେନ ଯୁଦ୍ଧ ବିଶ୍ଵ ଅର୍ଥ ନୀତିକୁ ପ୍ରଭାବିତ କରିଛି। କରୋନା ପରେ ବିଶ୍ଵ ଯୁଦ୍ଧମୁହାଁ ଏମିତି ପ୍ରତିକୂଳ ସ୍ଥିତିରେ ମଧ୍ୟ ରାଜ୍ୟର ଅଭିବୃଦ୍ଧି ହାର ବଢିବାର ସମ୍ଭାବନା ରହିଛି। ଚଳିତ ଆର୍ଥିକ ବର୍ଷରେ ଦେଶରେ ଅଭିବୃଦ୍ଧି ହାର ୭.୮ ପ୍ରତିଶତ ରହିବା ଆକଳନ କରାଯାଇଛି। ଦେଶ ତୂଳନାରେ ଓଡିଶାର ଅଭିବୃଦ୍ଧି ହାର ବୃଦ୍ଧି ଘଟି ୯ ରୁ ୯.୫ ପ୍ରତିଶତ ରହିବାର ଆକଳନ କରାଯାଇଛି। ୨୦୨୨-୨୩ରେ ରାଜ୍ୟରେ ଡିଏସଡିପି ଅଭିବୃଦ୍ଧି ୧୨ ପ୍ରତିଶତରୁ ଅଧିକ ରହିବାର ସମ୍ଭାବନା ରହିଛି ବୋଲି ଅର୍ଥ ମନ୍ତ୍ରୀ କହିଛନ୍ତି।

Spread the love