ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆମ ହସ୍ପିଟାଲରେ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହା କହିଛନ୍ତି। ରାଜ୍ୟର ୧୫ ଜିଲ୍ଲାର ୭୩ଟି ସରକାରୀ ଡାକ୍ତରଖାନା ଆମ ହସ୍ପିଟାଲର ରୂପାନ୍ତରିତ ହୋଇଛି। ଏହି ରୂପାନ୍ତରିତ ହସ୍‌ପିଟାଲକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଆଇଭିଆର ପଦ୍ଧତିରେ ରୋଗୀଙ୍କର ମତାମତ ସଂଗ୍ରହ ବ୍ୟବସ୍ଥା ଏବଂ କର୍ମଚାରୀଙ୍କର ମୁହଁ ଚିହ୍ନଟ କରି ବାୟୋମେଟ୍ରିକ ଉପସ୍ଥାନ ବ୍ବୟସ୍ଥାର ବି ଶୁଭାରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି  ରୂପାନ୍ତରଣର ନୂଆ ଯୁଗରେ ସରକାର ଆମ ହସ୍ପିଟାଲର ରୂପାନ୍ତରଣକୁ ଗୁରୁତ୍ବ ଦେଉଛନ୍ତି। ଫାଇଭ-ଟି ଉପକ୍ରମରେ ହସ୍ପିଟାଲର ରୂପାନ୍ତରଣ କରାଯାଉଛି। ଏହି ପ୍ରକ୍ରିୟାରେ ୧୮୪୮ ହସ୍ଟିଟାଲକୁ ଆମ ହସ୍ପିଟାଲରେ ରୂପାନ୍ତରଣ କରାଯିବ। ବିଏସକେୱାଇ ସ୍ବାସ୍ଥ୍ୟସେବାର  ମଡେଲ ହୋଇଛି। ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଓ ବିଧାୟକମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ନିଜ ଅଞ୍ଚଳରେ ସ୍ବାସ୍ଥ୍ୟସେବାର ନବକଳେବରକୁ ନେଇ ସବୁଠି ଶୁଭିଥିଲା ହୁଳହୁଳି ଓ କରତାଳି।

Spread the love