ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା
ନୂଆଦିଲ୍ଲୀ: ଆଜି ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିସାବାସୀଙ୍କ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି।
Heartiest greetings on #UtkalaDibasa!
Endowed with breathtaking natural beauty and steeped in cultural wealth, #Odisha is a land of great diversity, antiquity and sublimity.
May the state conquer bigger milestones in progress and continue to contribute to national development.
— Vice President of India (@VPIndia) April 1, 2023
ଓଡ଼ିଆ ଭାଷାରେ ଟୁଇଟ୍ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି: ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ୍ ହେବାରେ ସାମର୍ଥ୍ୟ ବହନ କରେ।
ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।
— Narendra Modi (@narendramodi) April 1, 2023
ମୁଁ ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆ ଭାଷାରେ ଟୁଇଟ୍ କରି ଲେଖିଛନ୍ତି: ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡ଼ିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର।
On Odisha Day, I extend my best wishes to the sisters and brothers of Odisha.
With its ancient temples, rich culture and wonderful people Odisha is a gem on India's crown of pride.
May Lord Jagannath bless the state with happiness and prosperity.
— Amit Shah (@AmitShah) April 1, 2023
ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଟୁଇଟ୍ କରି କହିଛନ୍ତି, ଉତ୍କଳ ଦିବସ ଅବସରରେ ଓଡ଼ିଶାର ଭଉଣୀ ଓ ଭାଇମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ପ୍ରାଚୀନ ମନ୍ଦିରରାଜି, ସମୃଦ୍ଧ ସଂସ୍କୃତି ଏବଂ ଅମାୟିକ ଜନସାଧାରଣ ଥିବା ଓଡ଼ିଶା ହେଉଛି ଭାରତର ଗୌରବରୂପକ ମୁକୁଟରେ ଗୋଟାଏ ମୁକ୍ତା। ସେହିପରି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇ ଟୁଇଟ୍ କରିଛନ୍ତି: ଓଡ଼ିଶାର ଜନସାଧାରଣଙ୍କୁ ‘ଉତ୍କଳ ଦିବସ’ର ଅଭିନନ୍ଦନ ଜଣାଇବା ସହ ଭାଷାଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜି ଜଣାଉଛି।
ଓଡ଼ିଶାର ଜନସାଧାରଣଙ୍କୁ ‘ଉତ୍କଳ ଦିବସ’ର ଅଭିନନ୍ଦନ ଜଣାଇବା ସହ ଭାଷାଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନର ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି । ଏହି ଦିନଟି ଆମ ସମସ୍ତ ଉତ୍କଳୀୟଙ୍କ ପାଇଁ ସ୍ମରଣୀୟ ଦିବସ । ଆସନ୍ତୁ, ଓଡ଼ିଆ ଜାତିକୁ ପୁଣି ଥରେ ଶକ୍ତିଶାଳୀ, ସମୃଦ୍ଧ ଓ ଭବ୍ୟ କରିବା ପାଇଁ ବଦ୍ଧପରିକର ହେବା ।
ବନ୍ଦେ ଉତ୍କଳ ଜନନୀ 🙏 pic.twitter.com/GOJ7JcgC2y
— Dharmendra Pradhan (@dpradhanbjp) April 1, 2023
ଏହି ଦିନଟି ଆମ ସମସ୍ତ ଉତ୍କଳୀୟଙ୍କ ପାଇଁ ସ୍ମରଣୀୟ ଦିବସ। ଆସନ୍ତୁ, ଓଡ଼ିଆ ଜାତିକୁ ପୁଣି ଥରେ ଶକ୍ତିଶାଳୀ, ସମୃଦ୍ଧ ଓ ଭବ୍ୟ କରିବା ପାଇଁ ବଦ୍ଧପରିକର ହେବା।