ଜୁନ ୧,୧୧ଟାରୁ ଅନଲାଇନ ଟିକେଟ୍

କଟକ: ବାରବାଟୀ ଷ୍ଟାଡିୟମରେ ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳା ଯିବାକୁ ଥିବା ଟି ଟ୍ବେଣ୍ଟି ମ୍ୟାଚ ପାଇଁ ଜୁନ ୧ ତାରିଖ ଦିନ ୧୧ଟା ରୁ ଅନଲାଇନ ଟିକେଟ ବିକ୍ରି ହେବ । ମୋଟ ୫ ହଜାର ଟିକେଟ୍ ଅନଲାଇନରେ ମିଳିବ । ଜଣେ ଦର୍ଶକ ଦୁଇଟି ଟିକେଟ ନେଇପାରିବେ । ପେଟିଏମ ଆପ୍ ଜରିଆରେ ଅନଲାଇନ ଟିକେଟ ବୁକ କରିବେ ଦର୍ଶକ ।ସେହିପରି ଟିକେଟ ବୁକିଂ ବେଳେ ଦର୍ଶକଙ୍କୁ ନିଜର ପରିଚୟ ପତ୍ର ଦେବାକୁ ପଡିବ । ଅନଲାଇନ୍ ଟିକେଟ କରିଥିବା ବ୍ୟକ୍ତି ୯ ତାରିଖରୁ ୧୧ ତାରିଖ ମଧ୍ୟରେ ଦିନ ୧୦ଟାରୁ ୬ ଟା ମଧ୍ୟରେ ସେମାନଙ୍କ ଟିକେଟ ହାର୍ଡକପି ସଂଗ୍ରହ କରିବେ  । ଉଭୟ ଅଫଲାଇନ ଏବଂ ଅନଲାଇନ୍ ଟିକେଟ୍ ବିକ୍ରି ହେବ । ଭୁବନେଶ୍ବର ଓ କଟକରେ ଖୋଲିବ ଦୁଇଟି ଲେଖାଏଁ କାଉଣ୍ଟର । ତେବେ ଏଥର ଟିକେଟ୍ ଦର ବଢିବ । ଜଣେ ଲୋକ ଦୁଇଟି ଟିକେଟ କିଣିପାରିବେ । ୪୪ ହଜାର ଲୋକ ଷ୍ଟାଡିୟମରେ ଖେଳ ଦେଖିବା ଭଳି ବ୍ୟବସ୍ଥା କରାଯିବ ।ଜୁନ୍ ୧୨ରେ ବାରବାଟୀରେ ଖେଳାଯିବ ବାରତ- ଦକ୍ଷିଣ ଆଫ୍ରିକା ମ୍ୟାଚ  ।  ମ୍ୟାଚ୍ ପାଇଁ ଓସିଏର ସମୀକ୍ଷା ବୈଠକରେ ଖେଳାଳିଙ୍କ ସୁରକ୍ଷା, ଟ୍ରାଫିକ୍, ପାର୍କିଂ ଭଳି ବ୍ୟବସ୍ଥାକୁ ନେଇ ଆଲୋଚନା ହୋଇଛି । ଜୁନ୍ ୧୦ରେ ଭୁବନେଶ୍ବର ପହଞ୍ଚିବେ ଖେଳାଳି । ସେଠାରୁ କଡାସୁରକ୍ଷା ମଧ୍ୟରେ ଖେଳାଳିଙ୍କୁ ତାରକା ହୋଟେଲ ନିଆଯିବ । ଏଥିସହ ମ୍ୟାଚ୍ ପୂର୍ବରୁ ଅଭ୍ୟାସ ପାଇଁ ଖେଳାଳି ବାରବାଟି ଷ୍ଟାଡିୟମର ଯିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯିବ ।

Spread the love