ପଞ୍ଚୁକର ଦ୍ୱିତୀୟ ଦିନରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ

ପୁରୀ, ୧୬/୧୧: କାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ପଞ୍ଚୁକର ଦ୍ୱାଦଶୀ ତିଥିରେ ଆଜି ଭକ୍ତମାନେ ମହାପ୍ରଭୁଙ୍କୁ ବାଙ୍କଚୁଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇବେ। ପଞ୍ଚୁକର ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ଲାଗି ରହିଛି ଭକ୍ତଙ୍କ ଗହଳି। ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ଗତକାଲି ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଥିବା ବେଳେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଥିବାରୁ ଭକ୍ତମାନେ ଏହି ଦୁର୍ଲଭ ବେଶ ଦର୍ଶନରୁ ବଞ୍ଚିତ ଥିଲେ। ତେବେ ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ।

Spread the love