ପଦ୍ମଶ୍ରୀ କମଳା ପୂଜାରୀ ହସ୍ପିଟାଲରେ ଭର୍ତ୍ତି

କୋରାପୁଟର ଗର୍ବ ଗୌରବ ପଦ୍ମଶ୍ରୀ କମଳା ପୂଜାରୀ ହଠାତ ଅସୁସ୍ଥ ହେବାରୁ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗ ସହ ଉଚ୍ଚ ରକ୍ତଚାପ ଏବଂ ଅନ୍ୟାନ୍ୟ ସମସ୍ୟା ଯୋଗୁଁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହୋଇଥିଲା। ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି। ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ।ଏହାସହ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ ମନୋନୀତ କରିବା ସହ ଭୁବନେଶ୍ୱର ସ୍ଥିତ ଓୟୁଏଟି ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସକୁ କମଳାଙ୍କ ନାମରେ ରାଜ୍ୟ ସରକାର ନାମିତ କରିଛନ୍ତି।

Spread the love